
ଭୁବନେଶ୍ୱର, 12 ନଭେମ୍ବର (ହି.ସ.) ଆଲୋକର ପର୍ବ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଉଛି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ଭିଡିଓ ବାର୍ତ୍ତାରେ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
