ରାଞ୍ଚି, 15 ନଭେମ୍ବର : ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଭଗବାନ ବିର୍ସା ମୁଣ୍ଡାଙ୍କ 148ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ରାଜଧାନୀ ରାଞ୍ଚିର କୋକର ସ୍ଥିତ ତାଙ୍କ ସମାଧି ପୀଠରେ
ଶ୍ରଦ୍ଧା ସୁମନ ଅପର୍ଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ,
ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କୁ କୋଟି କୋଟି ନମନ । ରାଞ୍ଚିରେ ଭଗବାନ ବିର୍ସା ମୁଣ୍ଡାଙ୍କ ସମାଧି ସ୍ଥଳରେ ତାଙ୍କ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି ।
