ଭୁବନେଶ୍ୱର, 20 ନଭେମ୍ବର (ହି.ସ.)- ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ମୃତ । ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ଜୁନାପାଣି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା l ଜମିଜମା ମାମଲାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ମୃତକଙ୍କ ସ୍ତ୍ରୀ ଏନେଇ ଖଡିଆଳ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
