
ଭୁବନେଶ୍ୱର, 27 ନଭେମ୍ବର (ହି.ସ.) ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆମ ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରି ଆସନ୍ତୁ ‘ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା’ ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
