
ଭୁବନେଶ୍ୱର, 1 ଜାନୁଆରୀ (ହି.ସ.) ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
