ଭୁବନେଶ୍ୱର, 8 ଜାନୁଆରୀ (ହି.ସ.) ଯଦୁମଣି ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ କବି ଉତ୍କଳ ଘଣ୍ଟ ଯଦୁମଣି ମହାପାତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ‘ରାଘବ ବିଳାସ’ ଓ ‘ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର’ ପରି କାଳଜୟୀ ରଚନା ଦ୍ୱାରା ଓଡ଼ିଆ କାବ୍ୟ ଜଗତକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ଚିରସ୍ମରଣୀୟ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
