ଭୁବନେଶ୍ୱର, 19 ଜାନୁଆରୀ (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ, ଓଡ଼ିଶାର ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରେ ମୋର ଅନୁରୋଧକୁ ରକ୍ଷା କରି ଚଳିତ ୨୦୨୩-୨୪ ଖରିଫ୍ ବିପଣନ ଋତୁରେ ଏଫସିଆଇ ଦ୍ୱାରା ରାଜ୍ୟରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ ମଞ୍ଜୁରୀ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାର ଲକ୍ଷାଧିକ ଚାଷୀମାନେ ଉପକୃତ ହେବେ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
