• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତିପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା
Regional

୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତିପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

CliQ INDIA
Last updated: January 21, 2024 1:30 am
CliQ INDIA
Share
3 Min Read
SHARE

୭୨ଟି ଅନ୍ତଃ ନଦୀ ଜଳାଶୟ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ

ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍ ଗୁରୁତ୍ୱପୁର୍ଣ – ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡାରେ ଆର୍ସେଲର୍ ମିତଲ୍ ନିପନ୍ ଷ୍ଟିଲ ପ୍ଲାଂଟର ଖୁବ୍ ଶୀଘ୍ର ଶୁଭ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 20 ଜାନୁଆରୀ (ହି.ସ.) – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (ଇନଷ୍ଟ୍ରିମ୍ ଷ୍ଟୋରେଜ୍) ପାଇଁ ଭିତି ସ୍ଥାପନ କରିଛନ୍ତି । ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା । କେନ୍ଦ୍ରାପଡାରେ ୧୫ ହଜାର ରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ । ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ । ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ । ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ । ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା । ବର୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି । ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତି ପ୍ରସ୍ତର ରଖାଗଲା । ସେ କହିଲେ ତାଙ୍କ ନିର୍ଦ୍ଦେଶରେ ୫ଟି ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା । ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି । ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି ।

କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି । କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଆର୍ସେଲର୍ ମିତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ ।

୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି । କେନ୍ଦ୍ରାପଡାରେ ଆର୍ସେଲର୍ ମିତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ । ବଉଦ କଂଟାମାଳ ରେ ଉପସ୍ଥିତ ବିଧାୟକ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

କାର୍ଯ୍ୟକ୍ରମରେ ଉପସ୍ଥିତ ତିନି ଜଣ ଚାଷୀ ସେମାନଙ୍କ ମତାମତ ଦେଇଥିଲେ । ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ । ବିଭାଗୀୟ ଇଆଇସି ଧନ୍ୟବାଦ୍ ଦେଇଥିଲେ । ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ନବରାତ୍ରୀର ପଞ୍ଚମ ଦିବସରେ ମା’ ପାଟଣେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ପ୍ରଭାତି ପରିଡା
ସ୍କୁଟିକୁ ପିଟିଲା ହାଇୱା : ମାଆ ମୃତ, ପୁଅ ଗୁରୁତର : ଉତ୍ୟେକ୍ତ ଲୋକଙ୍କ ରାସ୍ତାରୋକ | BulletsIn
ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଆଜି ଭବାନୀପାଟଣା ଜେଲ୍ ରୁ ବାହାରିବେ ଧର୍ମଗଡ଼ର ପୂର୍ବତନ ଉପ-ଜିଲ୍ଲାପାଳ ଧୀମାନ ଚକମା
ଢେଙ୍କାନାଳରେ ପଥର ଖଣିରେ ବିସ୍ଫୋରଣ ପରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ମହାମାୟା ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ
Next Article ପିଏମ ମୋଦିଙ୍କ ବିହାର ଗସ୍ତରୁ ନିର୍ବାଚନୀ ଅଭିଯାନର ଆରମ୍ଭ କରିବ ବିଜେପି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?