
ଭୁବନେଶ୍ୱର, 23 ଜାନୁଆରୀ (ହି.ସ.) ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ, ସୁବକ୍ତା ତଥା ସୁଲେଖକ ଅରୁଣ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ଦକ୍ଷ, ନିର୍ଭୀକ ସାମ୍ବାଦିକ ଭାବେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ସାମ୍ବାଦିକତା କ୍ଷେତ୍ରରେ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ। ସମାଜସେବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
