ଭୁବନେଶ୍ୱର, 9 ଫେବୃଆରୀ : ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୂଆ ଉତ୍ସାହ ଭରିଛି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପ୍ରଥମ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୂଆ ଉତ୍ସାହ ଭରିଛି। ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାରରେ ଆମ ଭାଷା, ସାହିତ୍ୟ ଓ ସଂସ୍କୃତି ବିଷୟରେ ସୂଚନା, ସେମାନଙ୍କ ଜ୍ଞାନକୁ ଆହୁରି ପରିବ୍ୟାପ୍ତ କରିଛି।
