ଭୁବନେଶ୍ୱର, 7 ଏପ୍ରିଲ : କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ୱାର-କଟକ ନିର୍ବାଚନମଣ୍ଡଳୀର ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ଶନିବାର ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଡାକ୍ତର ପ୍ରଫେସର ଦେବାନନ୍ଦଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଗ୍ୟାଷ୍ଟ୍ରୋଏେଂଟରୋଲୋଜିଷ୍ଟ ଓ
ହେପାଟୋଲୋଜିଷ୍ଟର ବିଶେଷଜ୍ଞ ଭାବେ ଡାକ୍ତର ମହାପାତ୍ର ଦୀର୍ଘ ୨୯ ବର୍ଷ କାଳ ପ୍ରଫେସର ଭାବେ କାର୍ଯ୍ୟ
କରି ବହୁ ଲୋକପ୍ରିୟତା ହାସଲ କରିଛନ୍ତି । ତାଛଡା ସେ ବିଭିନ୍ନ ଡାକ୍ତର ସଂଘ ଓ ସାମାଜିକ ଅନୁଷ୍ଠାନ ସହ
ଜଡିତ ଥିଲେ । ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ରଙ୍କ ଯୋଗଦାନ ଫଳରେ ବିଶେଷକରି ଚୌଦ୍ୱାରକଟକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର
ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।
