• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ପିଜିଟି ଶିକ୍ଷକଙ୍କ ୫ ଦିନିଆ ତାଲିମ୍ କାର୍ଯ୍ୟକ୍ରମର ଆୟୋଜିତ
Regional

ପିଜିଟି ଶିକ୍ଷକଙ୍କ ୫ ଦିନିଆ ତାଲିମ୍ କାର୍ଯ୍ୟକ୍ରମର ଆୟୋଜିତ

CliQ INDIA
Last updated: July 15, 2025 8:12 am
CliQ INDIA
Share
2 Min Read
SHARE

ଭୁବନେଶ୍ୱର, ୧୪ ଜୁଲାଇ (ହି.ସ.)- ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସ୍ନାତକୋତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ ଶିରିପୁରସ୍ଥିତ ଇମେଜ୍ ଠାରେ ଆୟୋଜିତ କରାଯାଇଛି । ଏହି ପ୍ରଶିକ୍ଷଣରେ ୧୨୫ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ୍ ଆର୍ ଆୟ,ର୍ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସସ୍ମିତା ମାଳି, ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଓ ଉପ-ନିର୍ଦ୍ଦେଶକ ଶ୍ରୀ ଜିତେନ୍ଦ୍ର ନାୟକ ଉପସ୍ଥିତ ଥିଲେ ।

ଉଦଘାଟନୀ ଅଧିବେଶନରେ ଯୋଗ ଦେଇ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ନନ୍ଦ କହିଛନ୍ତି, ସ୍ୱର୍ଣ୍ଣାଭ ଭବିଷ୍ୟତ ଗଠନ ନିମନ୍ତେ ଶିକ୍ଷକମାନଙ୍କ ଦକ୍ଷତା ବିକାଶର ଆବଶ୍ୟକତା ରହିଛି। ଏହି ତାଲିମ୍ କାର୍ଯ୍ୟକ୍ରମ ସେହି ସୁଯୋଗ ଆଣିଦେଇଛି। ଏହି ତାଲିମ୍ କାର୍ଯ୍ୟକ୍ରମ ଜ୍ଞାନର ପରିସୀମାକୁ ପରିବ୍ୟାପ୍ତ କରିବ। ଏଥିସହ ସ୍ୱ-ଅଧ୍ୟୟନକୁ ଗୁରୁତ୍ୱ ଦେବା ଫଳରେ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱ ଗଠନ ସମ୍ଭବ ହୋଇପାରିବ ବୋଲି ସେ କହିଛନ୍ତି । ସେହିପରି ନିର୍ଦ୍ଦେଶକ ଶ୍ରୀ ଆୟର୍ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ତାଲିମ୍ କାର୍ଯ୍ୟକ୍ରମରେ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଏହି ତାଲିମ୍ କାର୍ଯ୍ୟକ୍ରମ ପିଜିଟି ଶିକ୍ଷକମାନଙ୍କ ବ୍ୟକ୍ତିଗତ ବିକାଶକୁ ଅଧିକ ଗୁରୁତ୍ୱ ଦେବ । ଏଥିସହ ଚାରୋଟି ପର୍ଯ୍ୟାୟରେ ପିଜିଟି ଶିକ୍ଷକମାନଙ୍କୁ ତାଲିମ୍ ଦିଆଯିବ ବୋଲି ସୂଚନା ଦେଇଥିବା ବେଳେ ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ତାଲିମ୍ ଦିଆଯାଇଥିବା ସେ କହିଛନ୍ତି ।

ଏହି ପାଞ୍ଚ ଦିନିଆ ତାଲିମ୍ କାର୍ଯ୍ୟକ୍ରମରେ ପିଜିଟିମାନଙ୍କ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦିଆଯିବ । ଓଡ଼ିଶା କ୍ୟାରିୟର ପୋର୍ଟାଲ୍ ପରିଚାଳନା, ଶିକ୍ଷକମାନଙ୍କ ବୃତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା ଓ ଶିକ୍ଷଣ ଦକ୍ଷତା ବିକାଶ, ଗ୍ରୁପ୍ ଆକ୍ଟିଭିଟି, ଆକାଂକ୍ଷା ବିଦ୍ୟାଳୟର ଗଠନ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ । ଏଥିସହ ପୂର୍ବରୁ କରାଯାଇଥିବା ତାଲିମ୍ କାର୍ଯ୍ୟକ୍ରମରୁ ମତାମତ ଗ୍ରହଣ କରିବା ପରେ ଚଳିତ ତାଲିମ୍ କାର୍ଯ୍ୟକ୍ରମରେ ଆଇ-ଜିଓଟି କର୍ମଯୋଗୀ ଆପ୍ ର ବ୍ୟବହାର, ଧନ୍ଦାମୂଳକ ଶିକ୍ଷା, ଛାତ୍ରବୃତି, ସୁସ୍ଥ ଶ୍ରେଣୀଗୃହ ପାଇଁ ବ୍ୟକ୍ତିଗତ ପୁଷ୍ଟିସାରସ୍ତର ବୃଦ୍ଧି ଓ ସ୍ୱାସ୍ଥ୍ୟର ଉନ୍ନତି, କ୍ଲାଇମେଟ୍ ରେଜିଲିଏଂଟ ବିଦ୍ୟାଳୟ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ ।

—————

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ଓଡ଼ିଶାର ପ୍ରତ୍ନତାତ୍ୱିକ ବିକାଶରେ କେଦାର ନାଥ ମହାପାତ୍ରଙ୍କ ଅବଦାନ ଅବିସ୍ମରଣୀୟ
ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି | BulletsIn
ଜୟୀ ରାଜଗୁରୁଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଆ ଜାତିକୁ ଚିରଦିନ ପ୍ରେରଣା ଯୋଗାଇ ଆସଛି
କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଆଜି ବିଜୟାଦଶମୀ, ମଣ୍ଡପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ପ୍ରତିବନ୍ଧିତ ସଙ୍ଗଠନ ଉଲଫାର ଚାରି ସହଯୋଗୀ ଗିରଫ
Next Article ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?