ଭୁବନେଶ୍ୱର, 7 ଅଗଷ୍ଟ (ହି.ସ.)- ପୂର୍ବତନ
ଉପବାଚସ୍ପତି ଶ୍ରୀ ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ
ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,
ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ ଉପବାଚସ୍ପତି ଶ୍ରୀ ବିଭୁତି
ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର
ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
