ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)- ନୂଆପଡା ଉପନିର୍ବାଚନ ପାଇଁ ଆଜି ଯାଂଚ ହେବ ପ୍ରାର୍ଥୀପତ୍ର । କାହାର
ପ୍ରାର୍ଥି ପତ୍ର ହେବ ଗ୍ରହଣ କାହାର ନାକଚ । ଆଜି ପ୍ରାର୍ଥି ପତ୍ର ଯାଞ୍ଚ ପରେ ପ୍ରକାଶ ପାଇବ
ଚୂଡାନ୍ତ ତାଲିକା । ନୂଆପଡା ଉପ ନିର୍ବାଚନ ଲାଗି ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ
ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର
ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ
ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର
ଦାଖଲ କରିଛନ୍ତି। ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀ
ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ
ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
