ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ପ୍ରତାପ
ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାଲେଶ୍ୱରର ଲୋକପ୍ରିୟ ସାଂସଦ
ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ।
ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ପଞ୍ଚଲିଙ୍ଗେଶ୍ୱର ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ
ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
