ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.) ଗୀତିକାର ବିନୋଦିନୀ ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପ୍ରଖ୍ୟାତ ଗୀତିକାର ବିନୋଦିନୀ ଦେବୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ଚଳଚ୍ଚିତ୍ର ଏବଂ ସଙ୍ଗୀତ ଜଗତରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
