
ନୂଆଦିଲ୍ଲୀ, 6 ଡିସେମ୍ବର (ହି.ସ.) – ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 78ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା 73ଡଲାର ରହିଛି । ତେବେ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ଇଣ୍ଡିଆନ୍ ଅଏଲର ୱେବସାଇଟ୍ ମୁତାବକ ବୁଧବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଓ ଡିଜେଲ ମୂଲ୍ୟ 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଓ ଡିଜେଲ ମୂଲ୍ୟ 92.76ଟଙ୍କା ଓ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଓ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
