ନୂଆଦିଲ୍ଲୀ, 17 ଡିସେମ୍ବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ବାରଣାସୀରେ ନମୋ ଘାଟରେ କାଶି ତାମିଲ ସଙ୍ଗମମ 2023ର ଉଦଘାଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କନ୍ୟାକୁମାରୀ-ବାରଣାସୀ ତାମିଲ ସଙ୍ଗମମ ଟ୍ରେନକୁ ସବୁଜ ପତାକା ଦେଖାଇବେ । ଏହି କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, କେନ୍ଦ୍ରୀ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିବେ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
