ନୂଆଦିଲ୍ଲୀ, 27 ନଭେମ୍ବର (ହି.ସ.) ତିରୁମାଳାରେ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ପରିଦର୍ଶନ କରିଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି ନିଜର ଫଟୋ ସେୟାର କରି ଏନେଇ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ, ଓମ୍ ନମଃ ଭେଙ୍କଟେଶାୟ ! ତିରୁମାଳାରେ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଭାରତର 140 କୋଟି ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୌହାର୍ଦ୍ଦ୍ୟ ପାଇଁ ପ୍ରାର୍ଥନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
