ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଦେବଗଡ଼ ଜିଲ୍ଲାର ରିଆମାଳରେ ସର୍ବାଧିକ ୭୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ୫୮.୮ ମି.ମି., ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୫୭.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୫୩.୪ ମି.ମି., ଭୁବନରେ ୫୩.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୫୨.୦ ମି.ମି., ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୫୧.୦ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୪୨.୪ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୪୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୪୦.୦ ମି.ମି., କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୯.୪ ମି.ମି., ଘସିପୁରାରେ ୩୮.୧ ମି.ମି. ଏବଂ ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
