
ଭୁବନେଶ୍ବର , 18 ଡିସେମ୍ବର – ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଏହି ଦୁର୍ଘଟଣାରେ ଆହତ 1 ଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।
ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ
