
ଭୁବନେଶ୍ୱର, 24 ଜାନୁଆରୀ (ହି.ସ.) କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଯାଇଛି। ଏସସିବି ମେଡ଼ିକାଲ କଲେଜରେ ୬୯ ବୟସରେ ତାଙ୍କର ଦେହାନ୍ତ ହୋଇଛି। କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ ହୋଇଥିବା ନେଇ ହସ୍ପିଟାଲ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ମସ୍ତିଷ୍କାଘାତ ପାଇଁ ନିକଟରେ ତାଙ୍କର ଅପରେସନ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
