– ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ
ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.) – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ
