ଭୁବନେଶ୍ଵର, ୨୨ ଜାନୁଆରୀ (ହି.ସ.)- ରାଜ୍ୟର ୨ଟି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ଅନ୍ୟ ଦୁଇଟି ସ୍ଥାନରେ ଆଜି ସକାଳେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ନୟାଗଡ଼ ଓ ବଲାଙ୍ଗିରରେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି କେନ୍ଦୁଝର, ଭବାନୀପାଟଣାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର/ପ୍ରଦୀପ୍ତ/ସମନ୍ୱୟ
