ଭୁବନେଶ୍ୱର, 07 ଡିସେମ୍ବର – ଲଗାଣ ବର୍ଷା କାରଣରୁ ଆଜି ସୁନ୍ଦରଗଡ ଜିଲ୍ଲାରେ ସମସ୍ତ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନେଇ ଜିଲ୍ଲାପାଳ ଏ ସମ୍ପର୍କରେ ନିର୍ଦ୍ଦେଶନାମା ଜାରୀ କରିଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
