
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.) – ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପାୟୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ସାଇଟ୍ ଏକ୍ସ ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ନମ୍ର ଶ୍ରଦ୍ଧାଞ୍ଜଳି । ସେ ଜଣେ ମହାନ କବି, ବକ୍ତା ତଥା ରାଜନେତା ଥିଲେ । ରାଷ୍ଟ୍ର ନିର୍ମାଣ ଏବଂ ଦେଶପ୍ରେମ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଭୂମିକା ଆଗାମୀ ପୀଢିକୁ ପ୍ରେରଣା ଯୋଗାଇବ ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା
