ଭୁବନେଶ୍ୱର, 23 ଜାନୁଆରୀ (ହି.ସ.) ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଦେଶର ସ୍ୱାଧୀନତା ସହ ସାଧାରଣ ଆଦିବାସୀଙ୍କ କଲ୍ୟାଣ ଏବଂ ସୁରକ୍ଷା ପାଇଁ ତାଙ୍କ ସଂଗ୍ରାମ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
