• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି
Regional

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

CliQ INDIA
Last updated: November 20, 2025 6:40 am
CliQ INDIA
Share
3 Min Read
SHARE

୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ:

ଦୀର୍ଘ ୮୯ ବର୍ଷ ଧରି ଓଡିଶା ବିଧାନସଭା ଆମର ଗଣତାନ୍ତ୍ରିକ ପରମ୍ପରାର ଐତିହ୍ୟ ବହନ କରିଆସୁଛି

ଓଡ଼ିଶା ଏକ ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ବହନ କରୁଛି, ପୂର୍ବ ଭାରତର ସାଂସ୍କୃତିକ କେନ୍ଦ୍ର-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ପାର୍ଲ୍ୟାମେଣ୍ଟାରି ରିସର୍ଚ୍ଚ ଆଣ୍ଡ ଟ୍ରେନି ଇନଷ୍ଟିଚ୍ୟୁ ଫର୍ ଡେମୋକ୍ରାସିଜ୍ ତରଫରୁ ୧୨ଟି ଦେଶର 40 ଜଣ ବିଦେଶୀ ପ୍ରତିନିଧି ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ସହିତ ଏକ ବୈଠକରେ ଯୋଗଦେଇଥିଲେ।

ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର ଉତ୍ସର୍ଗୀକୃତ ଜନସେବାର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶା ରାଜ୍ୟ ବିଧାନସଭାର ସଂସଦୀୟ କାର୍ଯ୍ୟ ପ୍ରଣାଳୀ ଭାରତର ଅନ୍ୟତମ ସର୍ବଶ୍ରେଷ୍ଠ।

ଜୁନ୍ 2024 ରୁ ଜୁନ୍ 2025 ମଧ୍ୟରେ ଓଡିଶା ବିଧାନସଭା 62ଟି ବୈଠକ ପରିଚାଳନା କରିଛି ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍, 2024 ଉପରେ ରେକର୍ଡ 12 ଘଣ୍ଟା 25 ମିନିଟ୍ ବିତର୍କ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଧାନସଭା ପ୍ରକ୍ରିୟାର ଡିଜିଟାଲ୍ ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ର ପୂର୍ଣ୍ଣ କାର୍ଯ୍ୟାନ୍ୱୟନ, ଇ-ପ୍ରଶାସନ ପାଇଁ OSWAS, ସମ୍ପୂର୍ଣ୍ଣ ଡିଜିଟାଲ୍ ଗୃହ, ଗବେଷଣା ଏବଂ ସୂଚୀକରଣ(Indexing) ପାଇଁ AI ର ବ୍ୟବହାର ଆଦି ଅନେକ ପଦକ୍ଷେପ ନିଆଯାଇଛି। ଡିଜିଟାଲ୍ ପ୍ରୟୋଗ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଓଡିଶା ବିଧାନସଭା ଜାତୀୟ ପୁରସ୍କାର ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ବିଭିନ୍ନ ସଂସଦୀୟ କମିଟି ବ୍ୟବସ୍ଥାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଓଡ଼ିଶାର 10ଟି ବିଭାଗୀୟ ସ୍ଥାୟୀ କମିଟି ସମେତ 25ଟି କମିଟି ଗଠନ କରାଯାଇଛି। ଉନ୍ନତ ପ୍ରଶାସନ ସୁନିଶ୍ଚିତ କରିବା ପାଇଁ ଏହି କମିଟି ଗୁଡିକ ମିନି-ପାର୍ଲିମେଣ୍ଟ ଭାବରେ କାର୍ଯ୍ୟ କରୁଛି। ଓଡ଼ିଶା ନିକଟରେ ଅନୁସୂଚିତ ଜାତି ଏବଂ ଜନଜାତି କମିଟିର ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀକୁ ସଫଳତାର ସହିତ ଆୟୋଜନ କରିଥିଲା। ଏହା ଆମର ଇନକ୍ଲୁସିଭ ଗଭରନନ୍ସ ପ୍ରତି ପ୍ରତିବଦ୍ଧତାର ପ୍ରମାଣ ବୋଲି ସେ କହିଥିଲେ।

ଓଡ଼ିଶାର ସାଂସ୍କୃତିକ ସମୃଦ୍ଧି ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ, ରାଜ୍ୟକୁ ପୂର୍ବ ଭାରତର ସାଂସ୍କୃତିକ କେନ୍ଦ୍ର ଭାବରେ ବର୍ଣ୍ଣନା କରିଥିଲେ।

ବିଦେଶୀ ପ୍ରତିନିଧିମାନେ ପୂର୍ବରୁ ପୁରୀ, କୋଣାର୍କ, ଧଉଳି ଏବଂ ଅନ୍ୟାନ୍ୟ ଐତିହ୍ୟସ୍ଥଳୀ ପରିଦର୍ଶନ କରିଥିଲେ। ସେମାନେ ଓଡ଼ିଶାର ଐତିହ୍ୟ ଓ ଆତିଥ୍ୟର ଉଚ୍ଚ ପ୍ରଶଂସା କରିଥିଲେ।

ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର କହିଛନ୍ତି ଯେ ବିଶ୍ୱ ଗଣତାନ୍ତ୍ରିକ ପରିବେଶରେ ଓଡ଼ିଶାର ବିଧାନସଭା ଏକ ଜାତୀୟ ମଡେଲ ଭାବରେ ଉଭା ହୋଇଛି। ଓଡ଼ିଶାର ବିଧାନସଭା ଶୃଙ୍ଖଳା, ଗଠନମୂଳକ ବିତର୍କ ଏବଂ ପ୍ରଯୁକ୍ତିବିଦ୍ୟା ନବସୃଜନର ଏକ ମଡେଲ । ଏଣୁ ସଂସଦୀୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଯୁବ ବିଶ୍ୱ ପ୍ରତିନିଧିମାନଙ୍କୁ ଭାରତର ଅନନ୍ୟ ସଂସଦୀୟ ପରମ୍ପରା ଶିଖିବା ପାଇଁ ଏକ ବିରଳ ସୁଯୋଗ ପ୍ରଦାନ କରୁଛି।

ଉକ୍ତ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମକୁ ପ୍ରତିନିଧିତ୍ବ କରୁଥିବା ତୁର୍କମେନିସ୍ତାନର ମଜଲିସ୍ (ସଂସଦ) ସଦସ୍ୟ କରିମଗୁଲି ଗୁରବାଙ୍ଗୁଲିଭିଚ୍ ଗେଲଡିୟେଭ ଗଣତନ୍ତ୍ରରେ ସ୍ୱଚ୍ଛତା ଏବଂ ଡିଜିଟାଲ୍ ସଂସ୍କାର ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି ଏବଂ ଏହି ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ସମସ୍ତ ପ୍ରତିନିଧିଙ୍କ ପାଇଁ ସ୍ମରଣୀୟ ହେବ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସଂସଦୀୟ ବ୍ୟାପାର) ଶ୍ରୀ ସୁରେନ୍ଦ୍ର କୁମାର, ଓଡିଶା ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ନିର୍ଦ୍ଦେଶକ ପ୍ରାଇଡ ଶ୍ରୀ ପ୍ରଶାନ୍ତ ମଲ୍ଲିକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

—————

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ସ୍ୟାଡୋ ଅବଜରଭେସନ ରେଜିଷ୍ଟର ପାଇଁ ପରାମର୍ଶ
ଜିଲ୍ଲାରେ ସାରର ଅଭାବୀ ବିକ୍ରି ଓ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ ହେବ
(ଅପଡେଟ) କେନ୍ଦୁଝରରେ ଭୟଙ୍କର ଦୁର୍ଘଟଣା ଅଧାରେ ରହିଗଲା ମାଆ ତାରିଣୀ ଦର୍ଶନ ଟ୍ରକକୁ ପଛରୁ ପିଟିଲା ଭ୍ୟାନ, 8 ମୃତ, 12 ଗୁରୁତର ଦୁର୍ଘଟଣାରେ 3 ପରିବାର ନିଶ୍ଚିହ୍ନ
ଅଗ୍ନିକାଣ୍ଡରେ ୪ ବଖରା ଭସ୍ମିଭୂତ : ଗୋରୁ, ଛେଳି, କୁକୁଡା, ବାଇକ୍ ପୋଡିଗଲା
ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ | BulletsIn

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଲାଲକିଲ୍ଲା ବିସ୍ଫୋରଣ ମାମଲା: ଅଲଫଲାହ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତାଙ୍କୁ ୧୩ ଦିନିଆ ଇଡି ହେପାଜତକୁ ପଠାଗଲା
Next Article ଗୁରୁବାରଠାରୁ ଛତିଶଗଡ଼, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯିବେ ରାଷ୍ଟ୍ରପତି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?