ଭୁବନେଶ୍ୱର, 24 ଜାନୁଆରୀ (ହି.ସ.)ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ହିନ୍ଦୁସ୍ଥାନ ସମାଚାର /ସ୍ୱାଗତିକା/ସମନ୍ୱୟ
