
ଭୁବନେଶ୍ୱର,17 ଜାନୁଆରୀ – ଆଜି ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉଲ୍ଲାସର ସହ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ପରିଚାଳନାଧିନ ସମସ୍ତ ସରକାରୀ ଦପ୍ତର, ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ନିମନ୍ତେ ଛୁଟି ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରୁ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ନିମନ୍ତେ ଅନୁରୋଧ ପ୍ରାପ୍ତ ହୋଇଛି ।
ସେହିପରି ମୁଖ୍ୟ ଶାସନ ସଚିବ ମଧ୍ୟ ଓଡିଶାର ସମସ୍ତ ଭାଇଭଉଣୀ ତଥା ଜନସାଧାରଣଙ୍କୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଦେଖି ପରୋକ୍ଷରେ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି ।
ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ
