ଭୁବନେଶ୍ୱର, 17 ଡିସେମ୍ବର (ହି.ସ.) ଆଜି ହେଉଛି ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପୁରୋଧା ତଥା ଉତ୍କଳ ମାଟିର ଅନ୍ୟତମ ବରପୁତ୍ର ସ୍ୱର୍ଗତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
