
ଭୁବନେଶ୍ୱର, 22 ନଭେମ୍ବର (ହି.ସ.) ଆଜି ହେଉଛି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି କ୍ରାନ୍ତିବୀର, ନିର୍ଭୀକ ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୋଧରେ ଲଢ଼େଇ ସହ ଦେଶର ଅଖଣ୍ଡତା ପାଇଁ ମୁକ୍ତିଯୁଦ୍ଧର ଏହି ସୁଦକ୍ଷ ସେନାନାୟକଙ୍କ ତ୍ୟାଗପୂତ ଆଦର୍ଶ ଜୀବନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
