ସମ୍ବଲପୁର, ୨୩ ଅଗଷ୍ଟ (ହି.ସ.)- ଆଜି ପୂର୍ବାହ୍ନରେ ହିରାକୁଦ ଜଳଭଣ୍ଡାରର ୪ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୩ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି ।
ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ପ୍ରଥମେ ୧୦ଟା ୫୦ରେ ଗୋଟିଏ, ୧୦ଟା ୫୫ରେ ଗୋଟିଏ ଏବଂ ୧୧ଟାରେ ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ସେହିପରି ଡାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ କୁ ୧୦ଟା ୫୨ ରେ ଖୋଲାଯାଇଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୦. ୫୦ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୨୧.୬୩ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୨୭.୬୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
