ଦେବଗଡ଼, ୨୧ ଅଗଷ୍ଟ (ହି.ସ.)- ଜିଲ୍ଲା ଯୁବ ଏକତା ମଂଚ ପକ୍ଷରୁ ଆଜି ୧୨ ଘଂଟିଆ ଦେବଗଡ଼ ବନ୍ଦ ପାଳନ କରାଯାଉଛି । ସକାଳ ୬ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି । ପୁରୁଣା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ୨୪ ଘଂଟିଆ ସ୍ୱାସ୍ଥ୍ୟସେବା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ଯାହାଦ୍ୱାରା ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ତେବେ ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ୍ ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
