ଭୁବନେଶ୍ୱର, – ବଣାଇ ବିଜେପି ସଭାପତିଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ବଣାଇ ସାଂଗଠନିକ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଅନିଲ କୁମାର ବାର୍ଲାଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଏବଂ ମର୍ମାହତ। ଜଣେ ସୁସଂଗଠକ ଭାବେ ଆମ ଦଳ ପାଇଁ ଅନିଲ ଭାଇଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ।
