ଭୁବନେଶ୍ୱର, 14 ନଭେମ୍ବର : ଆସନ୍ତା ନଭେମ୍ବର ୨୧ ତାରିଖରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ ହେବ । ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚୀତ କରିଛନ୍ତି ବିଧାନସଭା ସଚିବ । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଏହି ପଦ ଖାଲି ପଡ଼ିଛି ।
ସୂଚନାଯୋଗ୍ୟ, ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ କିଛି ଦିନ ତଳେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ସେ ବାଚସ୍ପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର ଦେବା ପରେ କହିଥିଲେ ଯେ ଉପବାଚସ୍ପତି ଏକ ସାମ୍ବିଧାନିକ ପଦ । ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲି । ଆଗକୁ ନିର୍ବାଚନ ଥିବାରୁ ଦଳୀୟ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି । ୨୦୦୪ ମସିହାରୁ ଶ୍ରୀ ସିଂହ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଛନ୍ତି । ୨୦୧୯ ଜୁନ୍ ମାସରୁ ସେ ଉପବାଚସ୍ପତି ଦାୟତ୍ୱରେ ଥିଲେ ।
