ଭୁବନେଶ୍ୱର, 15 ନଭେମ୍ବର : ଜମ୍ମୁ କାଶ୍ମୀରର ଡୋଡା ଜିଲ୍ଲାରେ ଏକ ଯାତ୍ରୀବାହୀ ବସ୍ ଖାଇରେ ପଡିଯିବାରୁ ୩୦ରୁ ଅଧିକ ଯାତ୍ରୀଙ୍କ ପ୍ରାଣହାନି ହୋଇଥିବା ଆଶଙ୍କା କରାଯାଉଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
