
ସମ୍ବଲପୁର, ୨୭ ଜାନୁଆରୀ – ପଶ୍ଚିମ ଓଡ଼ିଶାର ଆରାଧ୍ୟ ଦେବୀ ମା ସମଲେଶ୍ଵରୀଙ୍କ ପ୍ରକଳ୍ପର ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ । ଯେପରି ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଭାବେ ଏବଂ ସୁରୁଖୁରୁରେ ମାଙ୍କ ଦର୍ଶନ କରିପାରିବେ ସେନେଇ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ଆଜି ପଶ୍ଚିମ ଓଡ଼ିଶାର ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମାଙ୍କ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
