ଭୁବନେଶ୍ୱର, ଡ଼ାଃ କମଳା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡ଼ାଃ କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
