ଭୁବନେଶ୍ୱର, – ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ବିଜେପିରୁ ଇସ୍ତଫା ଦେଇଛନ୍ତି । ଶୁକ୍ରବାର ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।
ସୁକାନ୍ତ କୁମାର ନାୟକ ପ୍ରଥମେ ବିଜେଡିରେ ଥିଲେ । ୨୦୧୪ରେ ସେ ବିଜେଡି ଟିକେଟରେ ନୀଳଗିରିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ଓ ପୁଣି ଥରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
