ଭୁବନେଶ୍ୱର, 17 ନଭେମ୍ବର :ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ଶ୍ରୀ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି । ତେବେ ଓଇ୍ଆରସି ଅଧ୍ୟକ୍ଷ ପଦବିରୁ ତାଙ୍କୁ ଅବ୍ୟାହତି ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସେହିପରି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଆର.ବାଲକ୍ରୀଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି । ସେ ପୂର୍ବ ଭଳି ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ପଦବିରେ ରହିବେ । ସେହିପରି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କୁ ମଧ୍ୟ ପ୍ରମୁଖ ପରାମର୍ଶଦାତା ଭାବେ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି ।
