
ଭୁବନେଶ୍ବର, 03 ଫେବୃଆରୀ :– ଆଜି ଫେବୃୟାରୀ ୩ ରୁ ତିନି ଦିନ ଧରି ଭୁବନେଶ୍ଵର ର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି।
ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି ।
ଶୁକ୍ରବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ।
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ କୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥର ରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯ ର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି ।
ଓଡ଼ିଆ ବର୍ଣ୍ଣମାଳା ରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟ ର ଜୟ ଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟ ରେ ଅକ୍ଷର ଭୂମି ଭବିଷ୍ୟତ ପୀଢି କୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।
