• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Regional

ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

CliQ INDIA
Last updated: February 22, 2024 11:35 am
CliQ INDIA
Share
5 Min Read
SHARE

ଭୁବନେଶ୍ବର, 21 ଫେବୃଆରୀ :- ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ ।

ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ।

ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍ ଚାଲିବ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। 5ଟିଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ । ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। 5ଟିଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

ଲକ୍ଷ୍ମୀ ବସ୍ ସହିତ ସଂପୃକ୍ତ ସମସ୍ତ ବିଭାଗ, ଜନପ୍ରତିନିଧି ଓ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ବୌଦ୍ଧଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍ ପ୍ରତି ଘରେ ସମୃଦ୍ଧି ଆଣିବ। ପିଲାମାନଙ୍କ ପାଠପଢାରେ ସାହାଯ୍ୟ କରି ପରିବାରର ବିକାଶ ଘଟାଇବ।

5ଟିଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତରୁ ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନର ସୁବିଧା ପାଇଁ ମିଳିଥିଲା ଫିଡ୍ବ୍ୟାକ । ଏହି ମତାମତ ଅନୁଯାୟୀ ସେ ୨୦୨୩ ମଇ ମାସ ୯ ତାରିଖରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ଅକ୍ଟୋବର ୧୨ରେ ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ବସ୍ । ଆଜି ସୁଦ୍ଧା ୩୦ଟି ଜିଲ୍ଲାର ୯୫ ପ୍ରତିଶତ ପଞ୍ଚାୟତ ଏଥିରେ ଅନ୍ତର୍ଭୁକ୍ତ । ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍ ଆମ ନିଜର ସଂପତ୍ତି । ଓଡିଶାର ସଂପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ ।

କାର୍ଯ୍ୟକ୍ରମରେ ବାଲେଶ୍ୱରରେ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ, ନୂଆପଡାରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଡଲି ମାଝୀ, ବୌଦ୍ଧରେ ମନ୍ତ୍ରୀ ଶ୍ରୀ ପଦୀପ କୁମାର ଅମାତ, ବିଧାୟକ ଶ୍ରୀ ମହିଧର ରଣା, ଗଞ୍ଜାମରେ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଜଗତସିଂହପୁରରେ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଭାରତର ଆତ୍ମା ଗ୍ରାମାଞ୍ଚଳରେ ବାସ କରେ । ଗ୍ରାମାଞ୍ଚଳର ବିକାଶ ଜରିଆରେ ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲକ୍ଷ୍ମୀ ବସ୍ ଜରିଆରେ ଗ୍ରାମାଞ୍ଚଳବାସୀଙ୍କ ଗମନାଗମନ ଅସୁବିଧାକୁ ମୁଖ୍ୟମନ୍ତ୍ରୀ ଦୂର କରିଦେଇଛନ୍ତି । ଲକ୍ଷ୍ମୀ ବସ୍ ଗ୍ରାମାଞ୍ଚଳର ପ୍ରତ୍ୟେକ ମହିଳାଙ୍କ ଗର୍ବ ଓ ଗୌରବର ପ୍ରତୀକ ହେବ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ଜଗତସିଂହପୁରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

You Might Also Like

ଓଡିଶା ଆସିବେ ମୋଦି,ଭୁବନେଶ୍ୱରରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ
ପବିତ୍ର ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଢେ଼ଙ୍କାନାଳ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି
ଆଜି ହେବ ନାହିଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ମୋହନ ଲାଲଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ମିଳିବାକୁ ନେଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଦାଦା ସାହେବ ଫାଲକେ ଫିଲ୍ମ ଫେଷ୍ଟିଭାଲ ଆୱାର୍ଡରେ ବେଷ୍ଟ ଆକ୍ଟର ଆୱାର୍ଡ ଜିତିଲେ ଶାହରୁଖ
Next Article ଆଜିଠୁ ନାଟମଣ୍ଡପ ମରାମତି କାମ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?