
ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- କଣ୍ଠଶିଳ୍ପୀ
ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକପ୍ରକାଶ କରିଛନ୍ତି । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ
ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା
ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ
ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
