ଭୁବନେଶ୍ୱର, 18 ଜାନୁଆରୀ (ହି.ସ.)ଅନଗୁଳ ପାଳଲହଡା 149 ଜାତୀୟ ରାଜପଥ ବାରକୋଟିଆ ଛକ ନିକଟରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଜଳିଯାଇଛି ଟ୍ରକ । ସେହିପରି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଖମାର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
