
ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.) ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ଧରି ଅସୁସ୍ଥ ଥିଲେ। ସୋମବାର ସକାଳେ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ କଂଗ୍ରେସ ଦଳରୁ ପିପିଲିର ବିଧାୟକ ଥିଲେ। କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ସେ ସମଗ୍ର ରାଜ୍ୟରେ ପରିଚିତ ଥିଲେ। ତାଙ୍କ ପୁତ୍ର ପ୍ରୀୟବ୍ରତ ସାମନ୍ତରାୟ ଏବେ ଓଡିଶା ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ଅଛନ୍ତି। ଶ୍ରୀସାମନ୍ତରାୟଙ୍କ ପରଲୋକରେ ପିପିଲିରେ ଶୋକର ଛାୟା ଖେଳିଯାଇଛି।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
