ଭୁବନେଶ୍ୱର, 23 ନଭେମ୍ବର (ହି.ସ.) ଆଜି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ରାଜନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ଅଖଣ୍ତତା ରକ୍ଷା ସହ ଓଡ଼ିଆ ଭାଷା, ସାହିତ୍ୟର ପ୍ରସାର ଏବଂ ଲୋକଙ୍କ କଲ୍ଯାଣ ଦିଗରେ ତାଙ୍କ ସମର୍ପିତ ଉଦ୍ୟମ ସର୍ବଦା ପ୍ରେରଣାର ଉତ୍ସ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
