ଭୁବନେଶ୍ୱର, 2 ଡିସେମ୍ବର (ହି.ସ.) ବିଦା ହେଲେ ଆଇଆଇସି । ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀଙ୍କୁ ଚାକିରୀରୁ ବହିଷ୍କାର କଲେ ଡିଜିପି । ଭିଜିଲାନ୍ସ ଜାଲରେ ଧରାପଡ଼ିବା ପରେ ଚାକିରୀରୁ ବହିଷ୍କୃତ କରାଯାଇଛି । ଏନେଇ ଓଡ଼ିଶା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୁଶାନ୍ତଙ୍କ ଘରୁ ୩୭ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ବସରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ବେଳେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
