
ଭୁବନେଶ୍ୱର 06 ଜାନୁଆରୀ – ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବରନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ଷ୍ଟେସନ ମୁଖ୍ୟାଳୟ, ସ୍ଥଳସେନାଷ୍ଟେସନ, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନକରାଯିବ। ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷାପେନସନଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେସମାଧାନ କରାଯିବ । ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନାମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓକୋଷାଗାର ଅଧିକାରୀ, ପେନସନଭୋଗୀ ଓ ସେମାନଙ୍କରପରିବାରବର୍ଗ ଏହି ଶିବିରରେ ଯୋଗଦେବେ । ୧୮ ତାରିଖପୂର୍ବାହ୍ନ ୧୦ଟାରୁ ପେନସନ ଶିବିର ଆରମ୍ଭ ହେବ । ପେନସନସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ନିମ୍ନୋକ୍ତନୋଡାଲ ଅଧିକାରୀଙ୍କୁ ନିର୍ଦ୍ଧାରିତ ଆବେଦନପତ୍ରରେ ଆବେଦନପଠାଇପାରିବେ। କୁହାଯାଇଛି ।
ହିନ୍ଦୁସ୍ଥାନ ସମାଚାର //ବନ୍ଦନା
