
ଭୁବନେଶ୍ୱର, 8 ନଭେମ୍ବର (ହି.ସ.) ଆଜି ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ଭାରତୀୟ ରାଜନୀତିର ଭୀଷ୍ମ, ବିଜେପିର ସଂସ୍ଥାପକ ସଦସ୍ୟ ଏବଂ କୋଟି କୋଟି କାର୍ଯ୍ୟକର୍ତ୍ତାଙ୍କ ପ୍ରେରଣାର ସ୍ରୋତ, ଶ୍ରଦ୍ଧେୟ ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମ ଦିବସରେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ଭଗବାନଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ବନ୍ଦନା
